ଲାଞ୍ଜିଗଡ଼ ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତା ରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ।

jana sunanni

Dushmant Panda,Odishabarta

କଳାହାଣ୍ଡି ତା୨୨.୦୮.୨୦୨୨:ଆଜି ଲାଞ୍ଜିଗଡ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ,କଳାହାଣ୍ଡି  ପି  ଅନ୍ୱେଷା  ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି  ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛିଏଥିରେ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ,ଜିଲ୍ଲାପରିଷଦ ଶ୍ରୀ ସୁଶାନ୍ତ କୁମାର ପଟେଲ,ଉପ ଜିଲ୍ଲାପାଳ ଭବାନୀପାଟଣା ବିଶ୍ୱଜିତ୍ ଦାସ, ସି ଡ଼ି ଏମ୍ ରଞ୍ଜନ ମିତ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ,ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ କମଳା ପାତ୍ର,ବି ଡି ଶ୍ରୀ ଜିତେନ୍ଦ୍ର ମିଶ୍ର ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ

ଏହି ଜନ ଶୁଣାଣି ଶିବିରରେ ମୋଟ ୪୩୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେସେଥିମଧ୍ୟରୁ ୩୯୫ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ୪୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା୧୭ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲାଅଭିଯୋଗ ମୁଖ୍ୟତଃ ଆବାସ ଗୃହ, ଭତ୍ତା,ରାସ୍ତାଘାଟ ଉପରେ ଥିଲା